ରାଜ୍ୟରେ ପୁଣି ୫୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଓଡ଼ିଶାର ଏକ ନୂଆ ଜିଲ୍ଲାକୁ କବଳିତ କରିଛି  କରୋନା। ଏହା ହେଲା ଅନୁଗୁଳ। ଅନୁଗୁଳ ଜିଲ୍ଲାରୁ ଆଜି ୧୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
             
ଏହାଫଳରେ ଓଡ଼ିଶାର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ସଂଖ୍ୟା ୨୦ରେ ପହଞ୍ଚିଛି। ଏଯାବତ୍ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଗଞ୍ଜାମ ଜିଲ୍ଲାରେ ୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବର ଜିଲ୍ଲାରୁ ୧୫ ଜଣ, ଅନୁଗୁଳ ଜିଲ୍ଲାରୁ ୧୩ଜଣ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି।
 ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ୨୦ଟି ଜିଲ୍ଲାରୁ ମୋଟ ୩୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ଦ୍ୱିତୀୟ ସର୍ବାଧିକ ୫୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୪୨ ଜଣ, ଭଦ୍ରକ ଜିଲ୍ଲାରୁ ୨୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ, ଅନୁଗୁଳ ଜିଲ୍ଲାରୁ  ୧୩ ଜଣ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏତଦ ବ୍ୟତୀତ ନୟାଗଡ଼, କୋରାପୁଟ, ଦେବଗଡ଼, ଢେଙ୍କାନାଳ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସତର୍କ ରହିବା ପାଇଁ SHARE କରନ୍ତୁ
___________________
ଦଶମ ଶ୍ରେଣୀ ସାହିତ୍ୟ ବହିର ନୂଆ ଗଳ୍ପ" କାଠ "ସମ୍ପୂର୍ଣ୍ଣ ମାଗଣାରେ ପଢ଼ିବା ପାଇଁଏଇଠି
 କ୍ଲିକ୍ କରନ୍ତୁ 👉 https://youtu.be/PII-fMJ3E94